Advertisement
Photo Details/zeeodisha/odisha2215832
photoDetails0hindi

Horoscope: ୪ ରାଶି ପାଇଁ ଶୁଭ ରହିବ ଆଜିର ଦିନ, ଏହି ରାଶିଙ୍କ ପାଇଁ ରହିଛି ବିପଦ!

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

1/12

ମେଷ ରାଶି: ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ରହିବ । କର୍ମସ୍ଥାନରେ ବାଧାବିଘ୍ନ ଦୂର ହେବ । ଅଟକି ଥିବା କାମ ସମ୍ପୂର୍ଣ୍ଣ କରିବା ନେଇ ସୁଯୋଗ ମିଳିବ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

2/12

ବୃଷ ରାଶି: ଆକସ୍ମିକ ଧନଲାଭ ସହ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ପରିବାରରେ ସୁଖ ଶାନ୍ତି ଲାଗି ରହିବ।

3/12

ମିଥୁନ ରାଶି: କର୍ମକ୍ଷେତ୍ରରେ ଉନ୍ନତି କରିବା ପାଇଁ ଯୋଜନା କରି ସଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି ନେଇ ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ । ପରିବାରର ସଦସ୍ୟଙ୍କ ସହଯୋଗ ମିଳିବ ।

4/12

କର୍କଟ ରାଶି: କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଦେଖାଦେବ । ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହୋଇପାରନ୍ତି । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ରହିବେ । ପ୍ରିୟଜନଙ୍କ ସହ ମତାନ୍ତର ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।

5/12

ସିଂହ ରାଶି: ଆଜି ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ । ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ ।

6/12

କନ୍ୟା ରାଶି: କର୍ମରେ ଉନ୍ନତି ଓ ସଫଳତା ମିଳିବ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବ୍ୟବସାୟ କ୍ଷେତ୍ରରେ ଉଚ୍ଚସ୍ଥ ଅଧିକାରୀଙ୍କ ସହଯୋଗ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବା ନେଇ ସମ୍ଭାବନା ରହିଛି। ପିତା ଓ ବଡ଼ଙ୍କ ଆଶୀର୍ବାଦ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହ ସାକ୍ଷାତ ହେବ । 

7/12

ତୁଳା ରାଶି: କର୍ମସ୍ଥାନରେ ବାଧାବିଘ୍ନ ଦୂର ହେବ । ସହକର୍ମୀଙ୍କ ସହଯୋଗରେ ସମସ୍ତ କର୍ମରେ ସଫଳତା ଓ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ। ଶତ୍ରୁମାନେ ମିତ୍ର ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ ।

8/12

ବିଛା ରାଶି: ମାନସିକ ଓ ପାରିବାରିକ ଅଶାନ୍ତି ଦେଖାଦେବ। କର୍ମ ସ୍ଥାନରେ ଅପମାନିତ ହୋଇପାରନ୍ତି । ଆଜି କ୍ରୋଧ ଓ ବାଣୀ ଉପରେ ସଂଯମତା ରଖନ୍ତୁ। ସରକାର ବିରୋଧୀ ପ୍ରବୃତ୍ତି ଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ। ଈଷ୍ଟ ଦେବତାଙ୍କ ଶରଣରେ ସମସ୍ୟାକ ସମାଧାନ ହେବ।

9/12

ଧନୁ ରାଶି: ଯାତ୍ରା ସମୟରେ ସତର୍କ ରୁହନ୍ତୁ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି କିମ୍ବା ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ମାଲିମକଦ୍ଦମାରେ ଧନ ଓ ପ୍ରତିଷ୍ଠାହାନୀ ହେବା ନେଇ ଯୋଗ ରହିଛି। ମଧ୍ୟାହ୍ନ ପରେ ଚିନ୍ତାଗସ୍ତ ଅନୁଭବ କରିବେ। ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ।

10/12

ମକର ରାଶି: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ। ସମସ୍ତ କର୍ମରେ ଆଶାତୀତ ସଫଳତା ମିଳିବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।

11/12

କୁମ୍ଭ ରାଶି: ଆର୍ଥିକ ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ବାଧାବିଘ୍ନ ଦେଖାଦେବ । ସନ୍ତାନ ସମ୍ବନ୍ଧୀୟ ଶୁଭ ସମାଚାର ପାଇବେ। ପିଲାଦିନର ବନ୍ଧୁମାନଙ୍କ ସହ ଭେଟ ହୋଇ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ମଧ୍ୟାହ୍ନ ପରେ ସମ୍ଭାଳି କରି ଚାଲିବାକୁ ଉପଦେଶ।

12/12

ମୀନ ରାଶି: ଆଜି ସୁଖାଦ୍ୟ ପ୍ରାପ୍ତି ହେବ। ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ । କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହିବାକୁ ପଡ଼ିପାରେ।