Gold Price Today: ରାଜ୍ୟରେ ପୁଣି ବଢିଲା ସୁନା ଦର, କିଣିବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha2188124

Gold Price Today: ରାଜ୍ୟରେ ପୁଣି ବଢିଲା ସୁନା ଦର, କିଣିବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ରେଟ୍

Gold Silver Price: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ବଢିଲା ସୁନା ରେଟ୍। ଗତକାଲି ସୁନା ଦର ଖସି ଥିବା ବେଳେ ଆଜି ପୁଣି ଦର ବୃଦ୍ଧି ପାଇଛି।  ଯଦି ଆପଣ ଆଜି ସୁନା କିଣିବା ପାଇଁ ଆଜି ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...  

Gold Price Today: ରାଜ୍ୟରେ ପୁଣି ବଢିଲା ସୁନା ଦର, କିଣିବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ରେଟ୍

Gold Silver Price: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ବଢିଲା ସୁନା ରେଟ୍। ଗତକାଲି ସୁନା ଦର ଖସି ଥିବା ବେଳେ ଆଜି ପୁଣି ଦର ବୃଦ୍ଧି ପାଇଛି। ବର୍ତ୍ତମାନ, ଦେଶରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପିଛା ୬୩ ହଜାର ପାର୍ କରି ସାରିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଆଜି ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...  

ALSO READ: Shani Gochar 2024: ସୂର୍ଯ୍ୟପରାଗ ପୂର୍ବରୁ ଶନିଦେବ କରିବେ ନକ୍ଷତ୍ର ପରିବର୍ତ୍ତନ, ବଦଳିବ ଏହି ୪ ରାଶିଙ୍କ ଭାଗ୍ୟ!

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪, ୧୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍  ୬୯, ୮୮୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟରେ ୧୦ ଟଙ୍କା ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି । ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪,୨୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୦,୦୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟରେ  ୧୦ ଟଙ୍କା ବୃଦ୍ଧି ହୋଇଛି।  ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪, ୧୧୦ ଟଙ୍କା ହୋଇଥିବା ବେଳେ  ୨୪ କ୍ୟାରେଟର ଦାମ୍ ୬୯,୮୮୦ ଟଙ୍କା ରହିଛି ।  ୨୨ ଓ ୨୪ କ୍ୟାରେଟରେ ୧୦ ଟଙ୍କା ଦର ବଢିଛି। 

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୫,୦୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୦,୯୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ବୃଦ୍ଧି ପାଇଛି।  ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪,୧୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୬୯,୮୮୦ ଟଙ୍କା ରହିଛି । ତେବେ, ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ଦର ବଢିଛି।  ଏବଂ ରୂପା କେଜି ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ଦର ୮୪,୧୦୦ ଟଙ୍କାରେ ପହଞ୍ଚିଛି।